Author: Ayesha Debnath

Mahakumbh 2025: ବିଶ୍ୱର ସବୁଠାରୁ ବଡ଼ ଧାର୍ମିକ କାର୍ଯ୍ୟକ୍ରମ ‘ମହାକୁମ୍ଭ ମେଳା’ ଆରମ୍ଭ ହୋଇଯାଇଛି। ଶ୍ରଦ୍ଧାଳୁଙ୍କ ସମେତ ଲକ୍ଷାଧିକ ସାଧୁସନ୍ଥ କୁମ୍ଭରେ ପହଞ୍ଚିଛନ୍ତି ଏବଂ ସେମାନଙ୍କୁ ତୀର୍ଥନଗରୀରେ ସନାତନପ୍ରେମୀ ଜୋର୍‌ଦାର୍‌ ସ୍ୱାଗତ କରିଛନ୍ତି। ତ୍ରିବେଣୀ ସଂଗମରେ ହୋଇଛି ପ୍ରଥମ ପୁଣ୍ୟ ସ୍ନାନ । ବୁଡ଼ ପକାଇ ପାପ ଧୋଇବାକୁ ପ୍ରୟାଗରାଜରେ କୋଟି କୋଟି ଶ୍ରଦ୍ଧାଳୁ ଏକାଠି ହୋଇଥିଲେ। ପ୍ରଥମେ ସାଧୁ ସନ୍ଥ ଓ ତା’ପରେ କୋଟି କୋଟି ସଂଖ୍ୟାରେ ଶ୍ରଦ୍ଧାଳୁ ଗଙ୍ଗା, ଯମୁନା ଓ ସରସ୍ୱତୀ ନଦୀର ସଂଗମସ୍ଥଳରେ ବୁଡ଼ ପକାଇଛନ୍ତି । ଏଥିପାଇଁ ସଂଗମ ତଟରେ ଲାଗିଛି ସାଧୁ ସନ୍ଥ ଓ ଭକ୍ତଙ୍କ ଗହଳି। ବିଭିନ୍ନ ଆଖଡ଼ାର ସାଧୁ ସନ୍ଥଙ୍କ ହୋମ ଯଜ୍ଞ ଓ ମନ୍ତ୍ରଧ୍ୱନୀରେ କଂପୁଛି ଚଉଦିଗ। ବର୍ତ୍ତମାନ ପରି ପରାଧୀନ ଭାରତରେ ବି କୁମ୍ଭର ଆସ୍ଥା ଦେଖିବାକୁ ମିଳୁଥିଲା । ଇଂରେଜ ଶାସନ ସମୟରେ ମଧ୍ୟ କୁମ୍ଭମେଳାରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେଉଥିଲା । ଇଂରେଜ…

Read More