Author: Ayesha Debnath

Sudasha vrat: ଯେଉଁ ବ୍ୟକ୍ତି ଦେବୀ ଲକ୍ଷ୍ମୀଙ୍କ ଆଶୀର୍ବାଦ ପାଆନ୍ତି, ତାଙ୍କୁ ଜୀବନରେ କେବେ ଆର୍ଥିକ ସଙ୍କଟର ସମ୍ମୁଖୀନ ହେବାକୁ ପଡ଼େ ନାହିଁ। ଏଥିସହ, ଏପରି ବ୍ୟକ୍ତିଙ୍କ ଜୀବନ ବହୁତ ଖୁସିରେ କଟିଥାଏ। ଆଜି ପବିତ୍ର ସୁଦଶାବ୍ରତ ,ସୁଦଶା ବ୍ରତରେ ମହାଲକ୍ଷ୍ମୀଙ୍କ ନାମରେ ଦଶଟି ଗଣ୍ଠି ପକାଯାଏ। ସେହି ନାମଗୁଡ଼ିକ ହେଲା ଲକ୍ଷ୍ମୀ ନାରାୟଣୀ, କମଳିନୀ, ଶ୍ରୀ ହରିପ୍ରିୟା, ପଦ୍ମାଳୟା, କମଳା, ଚଞ୍ଚଳା, ବିଘ୍ନେସେନୀ, ସିନ୍ଧୁର ଦୁଲ୍ଲଣୀ, ଦୁର୍ଗତି ନାଶିନୀ, ବିଷ୍ଣୁ ପାଟରାଣୀ। ସୁଦଶା ଶବ୍ଦ ଦଶ ସଂଖ୍ୟା ସହ ସଂଯୋଜିତ। ଏହି ବ୍ରତରେ ସାଧାରଣ ଦ୍ରବ୍ୟ ଛଡ଼ା ଦଶ ଫୁଲ, ଦଶ ଫଳ, ଦଶ ଦୂର୍ବା, ଦଶ ଖିଅ ସୂତାର ଦଶ ଗଣ୍ଠିଯୁକ୍ତ ଡୋର ଓ ଦଶଟି ମଣ୍ଡାର ଆବଶ୍ୟକ ହୁଏ। ଏହି ବ୍ରତରେ ମହାଲକ୍ଷ୍ମୀଙ୍କୁ ପୂଜାକରିବା ସହ ମହାଲକ୍ଷ୍ମୀ ସ୍ତୋତ୍ର ପାଠ କରାଯିବାର ବିଧି ରହିଛି। ପୂଜା ଶେଷରେ ବିବାହିତା ନାରୀମାନେ ବ୍ରତଧାରଣ କରନ୍ତି। ମହାଲକ୍ଷ୍ମୀଙ୍କ ବିଭିନ୍ନ ବ୍ରତ…

Read More