Author: Site Admin

ପାରାଦୀପ ହେଉଛି ପ୍ରଗତିର ମୁଖଶାଳା । ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବକୁ ଉଦଘାଟିତ କରି ଏଭଳି କହଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ସାଧବ ପୁଅଙ୍କ ନୌବାଣିଜ୍ୟ ପରମ୍ପରା ଆମର ଗର୍ବ ଓ ଗୌରବ। ପାରାଦୀପର ନାମ ସ୍ମରଣ କଲେ ଦେହରେ ଶିହରଣ ସୃଷ୍ଟି ହୁଏ । ଯେଉଁଠି ଦିନେ ହେନ୍ତାଳ ବଣ ଥିଲା, ସେଠି ଆଜି ପରିପୂର୍ଣ୍ଣ ଆଧୁନିକ ପାରାଦୀପ ବନ୍ଦର ଛିଡ଼ା ହୋଇଛି । ଭାରତରେ ସ୍ଵତନ୍ତ୍ର ସ୍ଥାନ ଅଧିକାର କରିଛି ପାରାଦୀପ ବନ୍ଦର । ଏଥିସହ ସେ କହିଛନ୍ତି, କଳିଙ୍ଗର ନୌବାଣିଜ୍ୟ ପରମ୍ପରା ବହୁ ପ୍ରାଚୀନ। ସାଧବ ପୁଅଙ୍କ ଦୁଃସାହସିକ ଜଳଯାତ୍ରା ଆଜି ବି ପ୍ରେରଣା ଦିଏ । ସେମାନଙ୍କ ଉଦ୍ୟମ ବଳରେ ଆମ କଳିଙ୍ଗ ହୋଇଥିଲା ବୈଭବଶାଳୀ । ଆଜି ଆମେ ସେହି ହଜାର ବର୍ଷର ଐତିହ୍ୟକୁ ମନେ ପକାଉଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ଯୋଗୁ…

Read More