Author: Site Admin

ଆଶୁତୋଷ ବେଶରେ ଦେଲେ ଦର୍ଶନ ଶ୍ରୀମନ୍ଦିରରେ ହରିହର ବେଶ କାର୍ତ୍ତିକ ମାସର ଆଜି ଶେଷ ସୋମବାର। ଏଥିପାଇଁ କଟକ ଆଠଗଡ଼ସ୍ଥିତ ବାବା ଧବଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ରାତି ପ୍ରାୟ ୩ଟା ବେଳେ ଦ୍ଵାର ଫିଟା ଯାଇ ୧୦୮ ଗରା ଜଳରେ ଧବଳେଶ୍ୱରଙ୍କୁ ମହାସ୍ନାନ କରାଯାଇଥିଲା। ପରେ ମଇଲମ, ମଙ୍ଗଳ ଆଳତି ଆଦି ସମସ୍ତ ରୀତିନୀତି କରାଯାଇଥିଲା। ପରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ପାଇଁ ଛଡ଼ା ଯାଇଥିଲା। ଏଥିପାଇଁ ପ୍ରଶାସନ ତଥା ପୂଜକସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ପୀଠରେ ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ଧାର୍ମିକ ବିଶ୍ୱାସ ରହିଛି ଏହି ଦିନରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ ।  ସେହିପରି ମଙ୍ଗଳବାରଠାରୁ ଆରମ୍ଭ ହେଉଛି କାର୍ତ୍ତିକ ମାସର ମହା…

Read More