Author: Site Admin

ଶପଥପାଠ କରାଇଲେ ରାଷ୍ଟ୍ରପତି ସୁପ୍ରିମକୋର୍ଟର ୫୧ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଶପଥ ପାଠ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଉପରାଷ୍ଟ୍ରପତି ଜଗଦୀପ ଧନଙ୍କର ଓ ପୂର୍ବତନ  ମୁଖ୍ୟ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିମାନେ  ସାମିଲ ହୋଇଥଲେ।  ମୁଖ୍ୟ ବିଚାରପତି ଡି ୱାଇ ଚନ୍ଦ୍ରଚୂଡଙ୍କ ସୁପାରିସକ୍ରମେ ଜଷ୍ଟିସ ଖାନ୍ନାଙ୍କୁ ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ଅକ୍ଟୋବର ୨୪ରେ ନିଯୁକ୍ତି ଦିଆଯାଇଥିଲା। ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳ ୨୦୨୫ ମେ ୧୩ ତାରିଖରେ ଶେଷ ହେବ। ଜଷ୍ଟିସ ଖାନ୍ନା ୨୦୧୯ ଜାନୁଆରିରୁ ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଆସୁଛନ୍ତି। ତାଙ୍କର କାର୍ଯ୍ୟକାଳ ମଧ୍ୟରେ ସେ ସୁପ୍ରିମକୋର୍ଟର ବିଭିନ୍ନ ପୀଠର…

Read More