Author: Site Admin

କୌଣସି ପରିସ୍ଥିତିରେ ମଧ୍ୟାହ୍ନ ଭୋଜନ ବନ୍ଦ ନ କରିବାକୁ ଜିଲ୍ଲା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର  କମିଶନର ତଥା ଶାସନ ସଚିବ ଶାଲିନୀ ପଣ୍ଡିତ । ପୁଷ୍ଟିକର ମଧ୍ୟାହ୍ନ ଭୋଜନ ପ୍ରତିଟି ଶିଶୁର ଅଧିକାର । ମଧ୍ୟାହ୍ନ ଭୋଜନ ଆମ ସମସ୍ତଙ୍କର ପ୍ରାଥମିକ ଦାୟିତ୍ଵ । ଏହା କିଭଳି ନିରାପଦ, ସ୍ଵଚ୍ଛ, ସୁରକ୍ଷିତ ହେବା ସହ ବିନା କୌଣସି ସମସ୍ୟାରେ ପ୍ରତିଦିନ ଛାତ୍ରଛାତ୍ରୀମାନଙ୍କୁ ମିଳିବ ସେ ନେଇ ସମସ୍ତଙ୍କୁ ସମ୍ବେଦନଶୀଳ ହେବାକୁ ପଡ଼ିବ ବୋଲି ସେ ମତପ୍ରକାଶ କରିଛନ୍ତି । ରାଜ୍ୟର ସମସ୍ତ ଜିଲ୍ଲାରେ ପୁଷ୍ଟିକର, ନିରାପଦ ମଧ୍ୟାହ୍ନ ଭୋଜନ ପରିଚାଳନା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର  ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ବରିଷ୍ଠ ଅଧିକାରୀ ତଥା ରାଜ୍ୟ ସଂଯୋଜକ ଅଧିକାରୀ (ପିଏମ୍-ପୋଷଣ) ରଘୁରାମ ଆର୍ ଆୟାରଙ୍କ ସମେତ ସମସ୍ତ ଜିଲ୍ଲା ଶିକ୍ଷା…

Read More