Author: Site Admin

ରାଜ୍ୟରେ ବଦଳିବାକୁ ଯାଉଛି ସ୍କୁଲ୍‍ ଓ କଲେଜ ପାଠ୍ୟକ୍ରମ। ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ରାଜ୍ୟରେ ନୂଆ ପାଠ୍ୟକ୍ରମ ପ୍ରଚଳନ ଲାଗି ମୋହନ ସରକାର ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶାରେ  ଉଚ୍ଚଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ ଅନୁବନ୍ଧିତ ମହାବିଦ୍ୟାଳୟଗୁଡ଼ିକରେ ଏହି ନୂତନ ଶିକ୍ଷାନୀତି ପ୍ରବର୍ତ୍ତନ ପାଇଁ ଅନୁମୋଦନ ଦେଇଛନ୍ତି। ଏହି ପଦକ୍ଷେପ ରାଜ୍ୟର ଶିକ୍ଷା ପ୍ରଣାଳୀରେ ଅନେକ ପରିବର୍ତ୍ତନ ଆସିପାରିବ। ନୂତନ ଶିକ୍ଷା ନୀତି ୨୦୨୦ ଅନୁସାରେ ଓଡ଼ିଶାରେ ଚାରିବର୍ଷର ସ୍ନାତକ କୋର୍ସ ଆରମ୍ଭ ହେବାକୁ ଯାଉଛି। ଯେଉଁଥିରେ ପ୍ରତ୍ୟେକ ବର୍ଷ ପରେ ଯୋଗ୍ୟ ଛାତ୍ରମାନଙ୍କୁ ସାର୍ଟିଫିକେଟ୍‌, ଡିପ୍ଲୋମା, ଡିଗ୍ରୀ ଓ ଡିଗ୍ରୀ ଅନର୍ସ ପ୍ରଦାନ କରାଯିବ। ୟୁଜିସି ଦ୍ୱାରା ପ୍ରଦତ୍ତ କ୍ରେଡିଟ୍‌ ଫ୍ରେମ୍‌ୱାର୍କ ଆଧାରରେ ରାଜ୍ୟସ୍ତରୀୟ କ୍ରେଡିଟ୍‌…

Read More