Author: Site Admin

ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ଼ା. କୃଷ୍ଣଚନ୍ଦ୍ର ମହାପାତ୍ର ବିଭାଗୀୟ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ଖାରବେଳ ଭବନସ୍ଥିତ ବିଭାଗୀୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିବାବେଳେ ବାତ୍ୟାଦ୍ୱାରା ପ୍ରଭାବିତ ହେବା ଆଶଙ୍କା ଥିବା ବିଭିନ୍ନ ଜିଲ୍ଲା ତଥା ମହାନଗର ନିଗମ, ପୌରପାଳିକା ଏବଂ ବିଜ୍ଞାପିତ ଅଂଚଳର ଉଚ୍ଚପଦସ୍ତ ଅଧିକାରୀ ମାନେ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ । ବାତ୍ୟା ସମୟରେ ଏବଂ ପରବର୍ତ୍ତୀ ଅବସ୍ଥାରେ ତ୍ୱରିତ ସେବା ପ୍ରଦାନ ଉପରେ ମନ୍ତ୍ରୀ ଡ଼ା.ମହାପାତ୍ର ଗୁରୁତ୍ୱ ଦେଇଥିଲେ । ତଳିଆ ଅଞ୍ଚଳ ଓ କଚ୍ଚାଘରେ ରହୁଥିବା ଲୋକମାନଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ ଓ ପକ୍କାଘର ଭଳି ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରିବା ପ୍ରକ୍ରିୟା ଆଜି ସନ୍ଧ୍ୟା ସୁଦ୍ଧା ଶେଷ କରିବାକୁ ଅଧିକାରୀ ମାନଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେହିଭଳି ଆସନ୍ନ ପ୍ରସବା,…

Read More