Author: TRUPTIMAYEE SAHOO

ଉତ୍ତରାଖଣ୍ଡର ଡେରାଡୁନ୍ ଜିଲ୍ଲାର କାଳସୀ ଅଞ୍ଚଳରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟି ସାରା ରାଜ୍ୟକୁ ଶୋକାକୁଳ କରିଦେଇଛି । ହିମାଚଳ ପ୍ରଦେଶର ଏକ ଯାତ୍ରୀବାହୀ ବସ ନିୟନ୍ତ୍ରଣ ହାରାଇ ଗଭୀର ଘାଟିରେ ଖସି ପଡ଼ିବା ଫଳରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ଗୁରୁତର ଆହତମାନଙ୍କ ଅବସ୍ଥା ଦେଖି ମୃତ୍ୟୁସଂଖ୍ୟା ଆଗକୁ ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି । ସୂଚନା ଅନୁଯାୟୀ, ଦୁର୍ଘଟଣାଗ୍ରସ୍ତ ବସରେ ପ୍ରାୟ ୩୦ ଜଣ ଯାତ୍ରୀ ଯାତ୍ରା କରୁଥିଲେ । ଏହି ଦୁର୍ଘଟଣାରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି, ଯାହାରେ ଦୁଇ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି । ଏହା ସହିତ ୬ରୁ ୭ ଜଣ ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି । ଅନ୍ୟ ଆହତ ଯାତ୍ରୀମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପ୍ରାଥମିକ…

Read More