Author: TRUPTIMAYEE SAHOO

ଡିଜିଟାଲ୍ ଯୁଗର ଆହ୍ୱାନର ମୁକାବିଲା କରିବା ଏବଂ ଓଡ଼ିଶାର ଛାତ୍ରଛାତ୍ରୀମାନଙ୍କୁ ବିଶ୍ୱସ୍ତରୀୟ ପ୍ରତିଯୋଗିତା ପାଇଁ ଦକ୍ଷ କରି ଗଢ଼ିତୋଳିବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି। କଲେଜ ଓ ବିଶ୍ୱବିଦ୍ୟାଳୟ ସ୍ତରରେ କେବଳ ପାରମ୍ପରିକ ଡିଗ୍ରୀ ମଧ୍ୟରେ ସୀମିତ ନରହି ଯୁକ୍ତ ତିନି (UG) ଏବଂ ସ୍ନାତକୋତ୍ତର (PG) ପାଠ୍ୟକ୍ରମରେ କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ଏବଂ ଡିଜିଟାଲ୍ ସ୍କିଲ୍‌କୁ ବାଧ୍ୟତାମୂଳକ ଭାବେ ଅନ୍ତର୍ଭୁକ୍ତ କରିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଏହି ଯୋଜନା ଅଧୀନରେ ରାଜ୍ୟର ପ୍ରାୟ ୧ ଲକ୍ଷ ୨୫ ହଜାରରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ଏବଂ ନିଯୁକ୍ତିଭିତ୍ତିକ ଦକ୍ଷତା ବିକାଶ ତାଲିମ ପ୍ରଦାନ କରାଯିବ। ସରକାରଙ୍କ ଏହି ଦୂରଦୃଷ୍ଟିସମ୍ପନ୍ନ ନିଷ୍ପତ୍ତିକୁ ରାଜ୍ୟର ଛାତ୍ରସମାଜ ଉତ୍ସାହର ସହ ସ୍ୱାଗତ କରିଛନ୍ତି। ୪ଟି ପ୍ରମୁଖ ସଂସ୍ଥା ସହ ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କଳିଙ୍ଗ…

Read More