Author: Anasuya Das

Ayushman Bharat: ୨୯ ହଜାର ହସ୍ପିଟାଲରେ ମିଳିବ ଦେୟମୁକ୍ତ ଚିକିତ୍ସା ରାଜ୍ୟ କ୍ୟାବିନେଟର ୧୬ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୭ଟି ବିଭାଗ ଯଥା:- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇସ୍ପାତ ଓ ଖଣି, ପୂର୍ତ୍ତ, ସାଧାରଣ ପ୍ରଶାସନ, ଜଳ ସଂପଦ, ପଞ୍ଚାୟତିରାଜ ଓ ପାନୀୟଜଳ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ୧୦ଟି ପ୍ରସ୍ତାବ ଅନୁମୋଦନ ଲାଭ କରିଛି। ଓଡିଶାବାସୀଙ୍କ ପାଇଁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ମିଳିତ ଭାବେ ଲାଗୁ କରିବା ପାଇଁ ରାଜ୍ୟ ସରକାର  ଜାତୀୟ ସ୍ଵାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହ ବୁଝାମଣା ପତ୍ର ସ୍ଵାକ୍ଷର କରିଛନ୍ତି। ଏହି ନୂଆ ସମନ୍ୱିତ ଯୋଜନାରେ ପ୍ରାୟ ୧.୦୩ କୋଟି ପରିବାରର ୩.୪୬ କୋଟି ହିତାଧିକାରୀ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଓ ମହିଳା ସଦସ୍ୟ ମାନେ ଅତିରିକ୍ତ ୫ ଲକ୍ଷ ଟଙ୍କାର ଦେୟ ମୁକ୍ତ ଚିକିତ୍ସା…

Read More