Author: TRUPTIMAYEE SAHOO

ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ ନଭେମ୍ବର ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏ ନେଇ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ରୁଦ୍ର ନାରାୟଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ୍‌ ହାଉସ୍‌ଠାରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ କମିଟି ଏବଂ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ କୁଆଖାଇ ନଦୀପଠାରେ ଆୟୋଜିତ ହେବାକୁ ଥିବା ଏହି ମହୋତ୍ସବର ବିଭିନ୍ନ ରୂପରେଖ ସଂପର୍କରେ ଆଲୋଚନା କରି ମହାନ୍ତି କହିଲେ ଯେ, ବାଲିଯାତ୍ରା ହେଉଛି ଆମ ଅସ୍ମିତାର ପରିଚୟ । ଏହି ମହୋତ୍ସବକୁ ସଫଳ କରିବା ନିମନ୍ତେ ପ୍ରଶାସନ ପକ୍ଷରୁ ସମସ୍ତ ସହଯୋଗ ପ୍ରଦାନ କରାଯିବ। ଆଲୋଚନାରୁ ଜଣାପଡ଼ିଛି ଯେ, ଚଳିତ ବର୍ଷ ରାଜ୍ୟର ବିଭିନ୍ନ ଉତ୍ପାଦ ଏଠାରେ ବିକ୍ରୟ କରାଯିବା ନେଇ ବ୍ୟବସ୍ଥା କରାଯିବ। ଏଥି ସହ ରାଜ୍ୟର ଐତିହ୍ୟ, ପରମ୍ପରା ଓ ଅସ୍ମିତାର ସ୍ୱତନ୍ତ୍ର ପ୍ରଦର୍ଶନ କରାଯିବା ସହ ବିଭିନ୍ନ…

Read More