Author: TRUPTIMAYEE SAHOO

୧୮ ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ପାଉଥିଲେ ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେ ଛାତ୍ରୀ । କୌଣସି ମହିଳାଙ୍କୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କଠାରୁ ୧୮ ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ମିଳୁଥିଲେ ମିଳିବନି ସୁଭଦ୍ରା ଟଙ୍କା । ଯଦି ଏପରିକି ସରକାରୀ ସହାୟତା ପାଉଥିବେ ତେବେ ସୁଭଦ୍ରା ଯୋଜନାରୁ ବାଦ ପଡ଼ିପାରନ୍ତି । ଏନେଇ ଦୁଇ ବିଭାଗରୁ ରିପୋର୍ଟ ମାଗିଲା ମହିଳା ଓ ଶିଶୁ ବିକାଶ ବିଭାଗ । ଉଚ୍ଚଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି, ଜନଜାତି ଓ ସଂଖ୍ୟାଲଘୁ ବିଭାଗ ସଚିବଙ୍କୁ ପତ୍ର ଲେଖିଛି ବିଭାଗ । ସୁଭଦ୍ରା’ ନିୟମାବଳୀ ଅନୁସାରେ ଏହି ଯୋଜନା ଅଧୀନରେ ଯୋଗ୍ୟ ହେବା ପାଇଁ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତାହାଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହୋଇଥିବା ଆବଶ୍ୟକ । ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ କୌଣସି ଯୋଜନା ଅଧୀନରେ ଯଦି ବାର୍ଷିକ ୧୮…

Read More