Author: Anasuya Das

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏକା ସାଙ୍ଗରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନ ଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ  ଛତିଶଗର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି । ସୋମବାର ଚାନ୍ଦବାଲିରେ ସର୍ବାଧିକ ୪୭.୪ ମିମି ବର୍ଷା ହୋଇଥିବାବେଳେ ରାଉରକେଲାରେ ୩୫.୮ ମିମି, ଝାରସୁଗୁଡ଼ା ୨୮.୬ ମିମି, ଭଦ୍ରକ ୧୯.୧ ମିମି, କେନ୍ଦୁଝର ୧୫.୬ ମିମି, ବରଗଡ଼ ୧୩.୭ ମିମି, ଯାଜପୁର ୮.୫…

Read More