Author: TRUPTIMAYEE SAHOO

ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହୋଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ…

Read More