Author: TRUPTIMAYEE SAHOO

ଶ୍ରୀମନ୍ଦିର ସ୍ୱତ୍ତ୍ୱଲିପିର ୧୦୫ ନମ୍ବର ସେବାରେ ବଢ଼େଇ ମହାରଣାମାନଙ୍କ ସମ୍ପର୍କେ ଉଲ୍ଲେଖ ରହିଛି । ଏମାନଙ୍କ ମଧ୍ୟରେ ସୁତାର, ତଳି ମହାରଣା, ମହାରଣା, ରଥ ଅମିନ ଭାବରେ ରଥ ନିର୍ମାଣରେ ସଂମ୍ପୃକ୍ତ ରହି କାର୍ଯ୍ୟ କରିଥାନ୍ତି। ମହାରଣା ସେବକମାନେ ରଥ ନିର୍ମାଣ, ରଥଟଣା ଇତ୍ୟାଦି କାର୍ଯ୍ୟରେ ନିଯୋଜିତ ରହିଥାନ୍ତି। ଓଝା ମହାରଣା ଶ୍ରୀମନ୍ଦିର ସ୍ୱତ୍ତ୍ୱଲିପିର ସେବା ନଂ ୧୦୧ରେ ଓଝା ମହାରଣା ସେବା ବିଷୟ ଉଲେଖ ରହିଛି।  ତିନି ରଥ ବାଡ଼ଗ୍ରାହୀ ଭାବେ ଯଥାକ୍ରମେ ଜଗନ୍ନାଥଙ୍କ ରଥ ପାଇଁ ପଥୁରିଆ ସାହିର ଦାଶରଥି ମହାରଣା, ବଳଭଦ୍ରଙ୍କ ରଥ ପାଇଁ ପଥୁରିଆ ସହିର କାଶିନାଥ ମହାରଣା, କୁନିଆ ମହାରଣା ଓ ସୁଭଦ୍ରାଙ୍କ ରଥର ବାଡ଼ଗ୍ରାହୀ ଭାବେ କ୍ଷୀରୋଦ ମହରଣା । ଓଝା ମହାରଣା ସେବା କାର୍ଯ୍ୟ କରୁଥିବା ଜଣାଯାଏ ।  ରଥ ନିର୍ମାଣ ସମୟରେ ତିନି ରଥରେ ବ୍ୟବହୃତ ହେଉଥିବା ସମସ୍ତ ଲୁହାକଣ୍ଟା, ବଳା,ପନ୍ଦାରି ଯୋଗାଇବା ବ୍ୟତୀତ ରଥଯାତ୍ରା ପୂର୍ବ ଦିନ ରଥ…

Read More