Author: TRUPTIMAYEE SAHOO

ବାଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବ ଏବେ ଦେଖିବାକୁ ମିଳୁଛି । ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛିକିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ବର୍ଷା କରାଇବ । ଅନ୍ୟପଟେ ମଙ୍ଗଳବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସାରା ରାଜ୍ୟକୁ ଛୁଇଁଥିବାରୁ ସବୁ ଜିଲାରେ ବର୍ଷା ଜାରି ରହିଛି । ଆସନ୍ତା ୩ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।…

Read More