Author: TRUPTIMAYEE SAHOO
Raja Chakra: ଗତକାଲି ହାଇକୋର୍ଟ ରାଜା ଓରଫ ସୋମ୍ୟଶଙ୍କର ଚକ୍ରଙ୍କର ଅନ୍ତରୀଣ ସୁରକ୍ଷାକୁ ହଟାଇଦେବା ପରେ ତାଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତତା ଘଟଣାରେ ଆଜି କ୍ରାଇମବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରିଛି। ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ତାଙ୍କ ବିରୋଧରେ ୧୬୦ କୋଟି ଟଙ୍କା ଦୁର୍ନୀତି କରିଥିବାର ଅଭିଯୋଗ ସତ ବୋଲି ଜଣାଯିବା ପରେ ତାଙ୍କୁ ଗିରଫ କରାଯାଇଛି। ରାଜା ଓରଫ ସୋମ୍ୟଶଙ୍କର ଚକ୍ରଙ୍କର ପଲଟିକାଲ୍ ଲିଙ୍କ୍ ନେଇ ମଧ୍ୟ ଖୋଳତାଡ଼ କରୁଛି କ୍ରାଇମବ୍ରାଞ୍ଚ। ଆଜି ରାଜାଙ୍କୁ କୋର୍ଟଚାଲାଣ କରାଯିବ। ଗତକାଲି ହାଇକୋର୍ଟ ରାଜା ଓରଫ ସୋମ୍ୟଶଙ୍କର ଚକ୍ରଙ୍କର ଅନ୍ତରୀଣ ସୁରକ୍ଷାକୁ ହଟାଇଦେବା ପରେ ତାଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଏହାପରେ ତାଙ୍କ ପତ୍ନୀ ଓ ସହଯୋଗୀଙ୍କୁ ମଧ୍ୟ କ୍ରାଇମବ୍ରାଞ୍ଚ ଗିରଫ କରିବ ବୋଲି ସୂଚନା ରହିଛି। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଅନିୟମିତତା ଘଟଣାରେ…
