Author: TRUPTIMAYEE SAHOO

CM Mohan Majhi: ଏହିସବୁ ପ୍ରକଳ୍ପ ଦ୍ୱାରା ୨,୧୫, ୧୯୨ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ଜଳ ସମ୍ପଦ ବିଭାଗର ବିଭିନ୍ନ ଡ୍ୟାମ ଓ ବୃହତ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଉପରେ ସମୀକ୍ଷା କରି ୫ଟି ବୃହତ୍‍ ଜଳସେଚନ ପ୍ରକଳ୍ପ କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ବୈଠକରେ ସୁନ୍ଦରଗଡ଼ ଜିଲ୍ଲାରେ ଇବ ଜଳସେଚନ ପ୍ରକଳ୍ପ, ବରଗଡ଼ ଜିଲ୍ଲାରେ ଅଙ୍ଗ ଜଳସେଚନ ପ୍ରକଳ୍ପ, କେନ୍ଦୁଝର ଜିଲ୍ଲାରେ ଭୀମକୁଣ୍ଡ ବ୍ୟାରେଜ ପ୍ରକଳ୍ପ, ଝାରପଡା ଜଳସେଚନ ପ୍ରକଳ୍ପ, ଓ କାନୁପୁର ଜଳସେଚନ ପ୍ରକଳ୍ପର ବର୍ତ୍ତମାନର ସ୍ଥିତି ଏବଂ ଆଗାମୀ ଦିନରେ ଏହି ପ୍ରକଳ୍ପ ଗୁଡିକ କିପରି ତ୍ୱରାନ୍ୱିତ ହେବ ସେ ବିଷୟରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପ ଦୀର୍ଘ ଦିନ ଧରି ପ୍ରସ୍ତାବିତ ହେବା ସତ୍ତ୍ୱେ ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ…

Read More