Author: TRUPTIMAYEE SAHOO

Union food secretary: ସହମତି ଭିତ୍ତିରେ ସମସ୍ତ ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ସଚିବ ସଞ୍ଜୀବ ଚୋପ୍ରା ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଉପରେ ବରିଷ୍ଠ ଅଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି । ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଶ୍ରୀ ଚୋପ୍ରା ଯୋଗଦେଇ ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଓ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରିଛନ୍ତି । ଉକ୍ତ ବୈଠକରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ରାଜ୍ୟ ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକ ଶୁଭମ ସକ୍ସେନା, ଭାରତୀୟ ଖାଦ୍ୟ ନିଗମ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ମନୋଜ କୁମାର ଗୋଗୋଇ, ଓଡିଶା ଶାଖା ଜେନେରାଲ ମ୍ୟାନେଜର ନିହାର ରଞ୍ଜନ ପ୍ରଧାନ, କେନ୍ଦ୍ରୀୟ ପଣ୍ୟାଗାର…

Read More