Author: TRUPTIMAYEE SAHOO

ଗଞ୍ଜେଇ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିଙ୍କ ନିର୍ଦ୍ଦେଶ ଗଞ୍ଜେଇ ଚାଷ ବିରୁଦ୍ଧରେ ରାଜ୍ୟ ପୁଲିସ ସ୍ୱତନ୍ତ୍ର ଅଭିଯାନ ଜାରି ରଖିଛି। ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରିବାକୁ ରାଜ୍ୟ ଡିଜି ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିବା ବେଳେ ଏହାକୁ ତୃଣମୂଳ ସ୍ତରରେ କାର୍ଯ୍ୟକାରୀ କରାଯାଉଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରଠାରେ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଥିବା ଏକ ସମୀକ୍ଷା ବୈଠକରେ ଡିଜିପି ଶ୍ରୀ ଖୁରାନିଆ ଗଞ୍ଜେଇ ମାଫିଆ ମାନଙ୍କୁ  ଚିହ୍ନଟ କରି ସେମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା ଏସପି ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସ୍ଵତନ୍ତ୍ର ଅଭିଯାନ ଆସନ୍ତା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଏବଂ ଏହି ସମୟ ସୀମା ମଧ୍ୟରେ ଗଞ୍ଜେଇ ଚାଷର ସଂପୂର୍ଣ୍ଣ ମୂଳୋତ୍ପାଟନ ନିମନ୍ତେ କାର୍ଯ୍ୟ କରିବାକୁ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅଭିଯାନ ଗତବର୍ଷ ନଭେମ୍ବର ମାସ ୧ ତାରିଖରୁ ଆରମ୍ଭ…

Read More