Author: TRUPTIMAYEE SAHOO

ବନ୍ଧୁକ, ଗୁଳି, ବୋଲେରୋ ଜବତ ଦେଶୀ ମଦଭାଟି ଡକାୟତିରେ ସଂପୃକ୍ତ କଳାହାଣ୍ଡି ଜିଲ୍ଲା ପୁଲିସକୁ ମିଳିଛି ଏକ ବଡ଼ ସଫଳତା।  ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ  ସଫଳ ହୋଇଛି ପୁଲିସ। ଧର୍ମଗଡ଼ ଥାନା ପୁଲିସ  ଏକ ବଡ ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ନଗଦ ୩ କୋଟି ୫୧ଲକ୍ଷ ଟଙ୍କା, ବନ୍ଧୁକ, ଗୁଳି, ଅପରାଧରେ ବ୍ୟବହୃତ ଗାଡି ଏବଂ ମରଣାସ୍ତ୍ର ଆଦି ଜବତ କରିଛି। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଝାଡ଼ଖଣ୍ଡ ରାଜ୍ୟର ବୋଲି ସୂଚନା ମିଳିଛି।  ଗିରଫ ଅଭିଯୁକ୍ତ ମାନେ ହେଲେ ଝାଡ଼ଖଣ୍ଡ ରାଜ୍ୟ ରାଞ୍ଚି ଜିଲ୍ଲାର  ତାହିର ଅନସାରୀ, ହୁସେନ୍ ଖାନ୍, ଜୈସମ ଖାନ୍, ସାମିମ୍ ଅନସାରୀ,ବାସୁଦେବ ଗୋପେ, ପିଣ୍ଟୁ, ଆଲିମ୍, ଅନୁଜ କୁମାର। ଗତ ୩୦ ତାରିଖରେ ଧର୍ମଗଡ଼ ଠାରେ ଥିବା ଏକ ଦେଶୀ ମଦ ଭାଟିରେ ଏହି ଡକାୟତ ସଂଘଟିତ ହୋଇଥିଲା।  ବିଳମ୍ବିତ…

Read More