Author: TRUPTIMAYEE SAHOO

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଦୁର୍ବଳ ହୋଇ ଅବପାତ ରୂପ ନେଇଥିଲେ ମଧ୍ୟ ଓଡ଼ିଶାରେ ଏହାର ପ୍ରକୋପ ଜାରି ରହିଛି। ଏହି ପାଣିପାଗ ପ୍ରଣାଳୀ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଧୀରେ ଧୀରେ ପଡ଼ୋଶୀ ରାଜ୍ୟ ଛତିଶଗଡ଼ ଆଡ଼କୁ ଅଗ୍ରସର ହେଉଛି। ଫଳରେ ଓଡ଼ିଶାର ଦକ୍ଷିଣ ଏବଂ ପଶ୍ଚିମାଞ୍ଚଳ ଜିଲ୍ଲାଗୁଡ଼ିକରେ ଆଗାମୀ କିଛି ଘଣ୍ଟା ମଧ୍ୟରେ ଅତି ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଲଗାଣ ବର୍ଷା କାରଣରୁ ନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ପାଇବା ସହ ତଳିଆ ଅଞ୍ଚଳ ଜଳମଗ୍ନ ହେବା ଏବଂ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ଦେଖାଦେଇଛି। କେଉଁ ଜିଲ୍ଲାକୁ କେଉଁ ସତର୍କତା? ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସଦ୍ୟତମ ବୁଲେଟିନ୍ ଅନୁସାରେ, ଛତିଶଗଡ଼ ସୀମାନ୍ତବର୍ତ୍ତୀ ଜିଲ୍ଲାଗୁଡ଼ିକ ଉପରେ ଏହି ଅବପାତର ସର୍ବାଧିକ ପ୍ରଭାବ ପଡ଼ିବ: ରେଡ୍ ଆଲର୍ଟ : କୋରାପୁଟ,…

Read More