Author: TRUPTIMAYEE SAHOO

୧୫୪୨ ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ ପ୍ରତିଷ୍ଠା ହେବ ୭୭ ଆଦର୍ଶ ପାକ୍ସ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି । ଲୋକ ସେବା ଭବନର କନଭେନସନ ସେଣ୍ଟର ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ସମବାୟ ସମିତି ଗୁଡିକର ଶୁଭାରମ୍ଭ କରିଛନ୍ତି । ରାଜ୍ୟରେ ସମୁଦାୟ ୨୭୧୧ଟି  ପାକ୍ସ (PACS)ଥିବା ବେଳେ, ରାଜ୍ୟ ସରକାର ଆଉ ୧୫୪୨ଟି  ନୂଆ ବହୁମୁଖୀ ପାକ୍ସ ( MPACS) ଗଠନ କରିଛନ୍ତି । ଏହା ଦ୍ୱାରା ରାଜ୍ୟର ସମୁଦାୟ ପ୍ୟାକ୍ସ ସଂଖ୍ୟା ୪୨୫୩ରେ ପହଞ୍ଚିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମବାୟ ଆନ୍ଦୋଳନକୁ ଲୋକାଭିମୁଖୀ କରିବା ପାଇଁ କେନ୍ଦ୍ର ସରକାରଙ୍କ ସମବାୟ ବିଭାଗ ଆନୁକୂଲ୍ୟରେ ବିଭିନ୍ନ ନୂତନ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବା ପାଇଁ ଆମ ସରକାର ପ୍ରାଧାନ୍ୟ ଦେଉଛନ୍ତି। ଏଥିରେ ସମୁଦାୟ ୫୪ ଟି କାର୍ଯ୍ୟକ୍ରମ ହାତକୁ…

Read More