Author: TRUPTIMAYEE SAHOO

ନିର୍ଦ୍ଦେଶ ଦେଲେ ହାଇକୋର୍ଟ ଆସନ୍ତା ମାର୍ଚ୍ଚ ୩୧ ତାରିଖ ଶୁଦ୍ଧା ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲଗାଇବା କାମ ଶେଷ କର। ଏପରି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ନେଇ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇ ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ସେଣ୍ଟ୍ରାଲ ମନିଟରିଂ ସିଷ୍ଟମରେ ସମସ୍ତ ସିସିଟିଭିକୁ ନିୟନ୍ତ୍ରଣ କରିବା ପ୍ରକ୍ରିୟା ମଧ୍ୟ ସେହି ତାରିଖ ସୁଦ୍ଧା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡାକଡି ପାଳନ କରିବାକୁ ମଧ୍ୟ ହାଇକୋର୍ଟ କହିଛନ୍ତି। ସମସ୍ତ ପୁଲିସ କର୍ମଚାରୀଙ୍କୁ ଏସଓପି ବାବଦରେ ଜଣାଇବା ପାଇଁ ରାଜ୍ୟର ସମସ୍ତ ଥାନା ଏବଂ ଫାଣ୍ଡିରେ ଓଡ଼ିଆ ଭାଷାରେ ଏସଓପିକୁ ବ୍ୟାପକ ଭାବେ ପ୍ରଚାର କରିବାକୁ ହାଇକୋର୍ଟ ରାୟରେ ସ୍ପଷ୍ଟ କରିଛନ୍ତି।…

Read More