Author: TRUPTIMAYEE SAHOO

ମଥୁରାରେ ପୁଣି ହେବ କଂସର ରାଜୁତି ପୁଣି ମଥୁରାରେ ଆରମ୍ଭ ହେବ କଂସର ରାଜୁତି। ଦେଖିବାକୁ ମିଳିବ ଭଗବାନ କୃଷ୍ଣ ଓ ବଳରାମଙ୍କ ବାଲ୍ୟଲୀଳା। ଗୋପରେ କୃଷ୍ଣଲୀଳା। ଏହା କିପରି ସୁରୁଖୁରୁରେ ଚାଲିବ ସେ ନେଇ ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ବିଭାଗର ସମ୍ମିଳନୀ କକ୍ଷରେ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ଆୟୋଜନ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅଧ୍ୟକ୍ଷତା କରି କହିଥିଲେ ଯେ ବରଗଡ଼ ଧନୁଯାତ୍ରା ଆମର ଗର୍ବ ଓ ଗୌରବ । ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ଭାବେ ସ୍ୱୀକୃତିପ୍ରାପ୍ତ  ବରଗଡ଼ ଧନୁଯାତ୍ରା ଭଗବାନ କୃଷ୍ଣ, ତାଙ୍କ ବାଲ୍ୟଲୀଳା ଓ ତାଙ୍କ ରାକ୍ଷସ ମାମୁଁ କଂସଙ୍କ କାହାଣୀ ଉପରେ ଆଧାରିତ । ଏହି ଉତ୍ସବ ସମୟରେ ସମଗ୍ର ବରଗଡ଼ ଜିଲ୍ଲା ମଥୁରା ରାଜ୍ୟରେ ପରିଣତ ହୋଇଯାଏ । ଏହାର ଆୟୋଜନ କେବଳ ବରଗଡ଼ ଜିଲ୍ଲା ପ୍ରଶାସନଙ୍କ…

Read More