Author: TRUPTIMAYEE SAHOO

ଆଉ ୪ ରାଜ୍ୟରେ ବି ନୂଆ ରାଜ୍ୟପାଳ ନିଯୁକ୍ତ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହେଲେ ହରିବାବୁ କମ୍ଭମପତି | ଏହାପୂର୍ବରୁ ସେ  ମିଜୋରାମର ରାଜ୍ୟପାଳ | ରଘୁବର ଦାସଙ୍କ ସ୍ଥାନ ନେବେ ହରିବାବୁ | ପୂର୍ବରୁ ଆନ୍ଧ୍ରରେ ବିଜେପି ରାଜ୍ୟ ସଭାପତି ଥିଲେ | ୨୦୧୪ରେ ବିଶାଖାପାଟଣାରୁ ଲୋକସଭାକୁ ନିର୍ବାଚିତ ମଧ୍ୟ ହୋଇଥିଲେ | ଉଲ୍ଲେଖ ଥାଉ କି ଜୁଲାଇ, ୨୦୨୧ରେ ତାଙ୍କୁ ମିଜୋରାମ ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଥିଲା | ୨୦୧୪ ମସିହାରେ ଲୋକସଭା ନିର୍ବାଚନରେ ସେ ବିଜେପି ଟିକେଟରେ ବିଶାଖାପାଟଣାରୁ ନିର୍ବାଚନ ଲଢ଼ିଥିଲେ | ସେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ୱାଇ.ଏସ ଜଗନ ମୋହନ ରେଡ୍ଡୀଙ୍କ ମାଆ ତଥା ରାଜଶେଖର ରେଡ୍ଡୀଙ୍କ ପତ୍ନୀ ୱାଇ ଏସ ବିଜୟାମ୍ମାଙ୍କୁ ପରାସ୍ତ କରିଥିଲେ | ସେହିପରି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ମୁତାବକ ରଘୁବର ଦାସ ଇସ୍ତଫା ଦେଇଥିବାବେଳେ ତାହାକୁ ମଂଜୁର କରାଯାଇଛି | ସେହିପରି ଜେନେରାଲ ଭି.କେ…

Read More