Author: TRUPTIMAYEE SAHOO

ତ୍ରିପାକ୍ଷିକ ଚୁକ୍ତି ସ୍ୱାକ୍ଷର ରାଜ୍ୟରେ ଗ୍ରୀନ୍ ହାଇଡ୍ରୋଜେନ୍ ମୋବିଲିଟି ପ୍ରୋଜେକ୍ଟ ଶୁଭାରମ୍ଭ ଦିଗରେ ଓଡ଼ିଶା ସରକାର ପ୍ରଥମ ପଦକ୍ଷେପ ଗ୍ରହଣ କରିଛନ୍ତି । ଏନେଇ ତ୍ରିପାକ୍ଷିକ ବୁଝାମଣା ପତ୍ର ଚୁକ୍ତି ସ୍ୱାକ୍ଷର ହୋଇଛି । ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ଅଧୀନରେ ଥିବା କ୍ୟାପିଟାଲ୍ ରିଜିୟନ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ୍‌), ଶକ୍ତି ବିଭାଗର ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଓଡ଼ିଶା ଲିମିଟେଡ଼୍ (ଗ୍ରୀଡ଼୍‌କୋ) ଏବଂ ଏନ୍‌ଟିପିସି ମଧ୍ୟରେ ଏକ ବୁଝାମଣା ପତ୍ର ଚୁକ୍ତି ସ୍ୱାକ୍ଷର ହୋଇଛି । ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହେଦଓ, ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଉପସ୍ଥିତିରେ କ୍ରୁଟର ପରିଚାଳନା ନିର୍ଦେଶକ ତିରୁମାଲା ନାୟକ, ଏନଟିପିସିର ସିଜିଏମ୍‍ ଡି ଏମ ଆର ପଣ୍ଡା, ଗ୍ରୀଡ଼କୋର ପରିଚାଳନା ନିର୍ଦ୍ଦେଶକ ତ୍ରିଲୋଚନ ପଣ୍ଡା ପ୍ରମୁଖ ରାଜିନାମାରେ ସ୍ୱାକ୍ଷର କରିଥିଲେ । ଗୃହ ନିର୍ମାଣ ଓ ନଗର ଉନ୍ନୟନ…

Read More