Author: TRUPTIMAYEE SAHOO

ଏହା ପ୍ରେରଣାର ଉତ୍ସ ଆରମ୍ଭ ହୋଇଯାଇଛି ବହୁ ପ୍ରତୀକ୍ଷିତ ସର୍ଗିଫୁଲ ଉତ୍ସବ । ତିନିଦିନବ୍ୟାପୀ ହେବାକୁ ଥିବା ଏହି ଉତ୍ସବର ଶୁଭାରମ୍ଭ କରିଛନ୍ତି ମନ୍ତ୍ରୀ ରବି ନାରାୟଣ ନାଏକ । ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି ରାଜ୍ୟସ୍ତରୀୟ ଉତ୍ସବରେ ଯୋଗ ଦେଇ ମନ୍ତ୍ରୀ ଏସସି/ଏସଟି ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧନ କରିଛନ୍ତି । ସେହିପରି ଅନୁସୂଚିତ ଜନଜାତି ନିର୍ଦ୍ଦେଶକ ଡ. ପୋମା ଟୁଡୁ, ଅନୁସୂଚିତ ଜାତି ନିର୍ଦ୍ଦେଶକ ଲକ୍ଷ୍ମଣ କୁମାର ମଲ୍ଲିକ, ବିଭାଗୀୟ ଅତିରିକ୍ତ ଶାସନସଚିବ ତଥା ବିତ୍ତ ପରାମର୍ଶଦାତା ବନିତା ଦାଶ, ଅତିରିକ୍ତ ଶାସନସଚିବ ନାରାୟଣ ଧଳ ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମନ୍ତ୍ରୀ ଶ୍ରୀ ନାଏକ ସର୍ଗିଫୁଲର ମହତ୍ତ୍ଵ ସମ୍ପର୍କରେ ଆଲୋଚନା କରି କହିଛନ୍ତି, ଆଦିବାସୀମାନେ ହେଉଛନ୍ତି ପ୍ରକୃତିର ଉପାସକ । ସମୟାନୁକ୍ରମେ ଜନଜାତି ସମ୍ପ୍ରଦାୟ ସର୍ଗିଫୁଲ ବା ଶାଳ…

Read More