What's Hot
Author: TRUPTIMAYEE SAHOO
୩୦ ପ୍ରତିଭାବାନ ଛାତ୍ରଛାତ୍ରୀ ଟାଟା ଦ୍ୱାରା ପୁରସ୍କୃତ ଇସ୍ରୋ ପରିଦର୍ଶନରେ ଯିବେ ଟାଟା ଷ୍ଟିଲ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ବା Young Astronomers Talent Search (ୟ୍ୟାଟ୍ସ)ର ୧୮ତମ ଗ୍ରାଣ୍ଡ ଫିନାଲେ ଭୁବନେଶ୍ୱରର ପଠାଣି ସାମନ୍ତ ପ୍ଲାନେଟୋରିୟମ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜ୍ୟୋତିର୍ବିଦ ପଠାଣି ସାମନ୍ତଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଉପସ୍ଥିତ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀଙ୍କୁ ଉଦ୍ବୋଧନ ଦେଇଥିଲେ।,୧୮୩୫ ମସିହାରେ ନୟାଗଡ ଖଣ୍ଡପଡାର ପଠାଣି ସାମନ୍ତ ଦୁଇ ଖଣ୍ଡ ବାଉଁଶ ନଳୀରେ ମହାକାଶରେ ଗ୍ରହ ନକ୍ଷତ୍ରର ଗତିବିଧିକୁ ଲକ୍ଷ୍ୟ କରି ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ନିର୍ଦ୍ଧାରଣ କରି ଅସମ୍ଭବକୁ ସମ୍ଭବ କରି ଦେଖାଇଥିଲେ। ସେହିଭଳି ଜ୍ୟୋତିର୍ବିଜ୍ଞାନର ଜନକ ଆର୍ଯ୍ୟଭଟ୍ଟ ପ୍ରଥମେ ନିର୍ଣ୍ଣୟ କରିଥିଲେ ପୃଥିବୀ ନିଜ ଅକ୍ଷ ଚାରିପଟେ ଆବର୍ତ୍ତନ କରୁଛି। ବ୍ରହ୍ମଗୁପ୍ତଙ୍କ ଗଣିତ, ବରାହମିହିରଙ୍କ ବୃହତ ସଂହିତା, ଭାସ୍କରଙ୍କ ସିଦ୍ଧାନ୍ତ ଶିରୋମଣୀ…
