Author: TRUPTIMAYEE SAHOO

ଆଜି ଭରିବେ ନାମାଙ୍କନପତ୍ର ସୁଜିତ କୁମାରଙ୍କ ନାଁରେ ମୋହର ମାରିଲା ବିଜେପି। ଆଜି ବିଜେପି ପ୍ରାର୍ଥୀ ସୁଜିତ କୁମାର ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭାରେ ପ୍ରାର୍ଥିପତ୍ର ଦାଖଲ କରିବେ। ସୁଜିତଙ୍କର କାର୍ଯ୍ୟକାଳ ଏପ୍ରିଲ ୨, ୨୦୨୬ରେ ଶେଷ ହେବାକୁ ଥିବାବେଳେ ସେ  ଗତ ସେ‌ପ୍ଟେମ୍ବର ୬ ତାରିଖରେ ରାଜ୍ୟସଭା ସାଂସଦ ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ପରେ ସେ ବିଜେପିରେ ଯୋଗ ଦେଇଥିଲେ। ଏହା  ପୂର୍ବରୁ ମମତା ମହନ୍ତ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେବା ସହ ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଥିଲେ। ଏହାପରେ ବିଜେପି ତାଙ୍କୁ ପୁଣି ରାଜ୍ୟସଭାକୁ ପଠାଇଥିଲା। ସୁଜିତ କୁମାର ବି ସେହି ସମାନ ପନ୍ଥା ଆପଣାଇଥିଲେ। ସାଂସଦ ପଦରୁ ଇସ୍ତଫା ଦେବା ପରେ ଦିଲ୍ଲୀରେ ବିଜେପିରେ ଯୋଗଦେଇଥିଲେ। ସେତେବେଳେ ବିଜେପି ସୁଜିତ କୁମାରଙ୍କୁ ପୁଣି ରାଜ୍ୟସଭାକୁ ପଠାଇବ ନା ଦଳର ଆଉ କେଉଁ ନେତାଙ୍କୁ ପଠାଇବ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା। ମାତ୍ର…

Read More