Author: TRUPTIMAYEE SAHOO

ଉପରବେଡ଼ା ଛାତ୍ରଛାତ୍ରୀଙ୍କ ସହ କଲେ ଭାବ ବିନିମୟ ସମ୍ବିଧାନ ପ୍ରଣେତା ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଆଜି ରାଜଧାନୀରେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଡକ୍ଟର ବି ଆର୍ ଆମ୍ବେଦକରଙ୍କ ୬୮ତମ ଶ୍ରାଦ୍ଧ ଦିବସ ଅବସରରେ ସେ ଆଜି ସକାଳେ ରାଜଧାନୀର ଏଜି ଛକରେ ଥିବା ବି ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଆଜି ସକାଳ ୯ଟାରେ ରାଜଭବନରୁ ବାହାରି ଡକ୍ଟର ବି.ଆର୍.ଆମ୍ବେଦକରଙ୍କ ମହାପ୍ରୟାଣ ଦିବସ ଅବସରରେ ଭୁବନେଶ୍ୱର ଏଜି ଛକ ଠାରେ ବାବା ସାହେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏହାପରେ ସେ ବିଜୁପଟ୍ଟନାୟକ ବିମାନବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ପଶ୍ଚିମବଙ୍ଗସ୍ଥିତ କଲେଇକୁଣ୍ଡା ଏୟାରବେସରେ ଅବତରଣ କରିଥିଲେ। ଏହା ପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ମୟୂରଭଞ୍ଜରେ ଜିଲ୍ଲାର…

Read More