Author: TRUPTIMAYEE SAHOO

ଏମ୍‌ବିବିଏସ୍‌ ପ୍ରଥମ ବର୍ଷର ଛାତ୍ର ଥିଲେ କାର୍‌ ଓ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା। ଘଟଣାସ୍ଥଳରେ ହିଁ ଚାଳିଗଲା ୫ ଡାକ୍ତରୀ ଛାତ୍ରଙ୍କ ଜୀବନ। ଏଭଳି ଭୟଙ୍କର ଦୁର୍ଘଟଣା ଘଟିଛି କେରଳରେ। ସୋମବାର ବିଳମ୍ବିତ ରାତିରେ କେରଲର ଅଲପ୍ପୁଝା ସ୍ଥିତ କଲାରକୋଡ୍‌ରେ ଏକ କାର୍‌ ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଭୟଙ୍କର ଧକ୍କା ହୋଇଥିଲା। ଏହି ଧକ୍କା ଏତେ ଭୟଙ୍କର ଥିଲା ଯେ, କାର୍‌ଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଏଥିରେ କାର୍‌ରେ ଥିବା ୫ ଜଣ ଏମ୍‌ବିବିଏସ୍‌ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ଯେଉଁ ସମୟରେ ଏହି ଦୁର୍ଘଟଣା ଘଟିଥିଲା ସେହି ସମୟରେ ଏକ ଘଣ୍ଟା ଧରି ପ୍ରବଳ ବର୍ଷା ଜାରି ରହିଥିଲା। ଏହି ସମୟରେ ବସ୍‌ଟି ଦ୍ରୁତ ଗତିରେ ଆସି କାର୍ ସହ ଧକ୍କା ହୋଇଥିଲା। ଦୁର୍ଘଟଣାରେ କାର୍‌ଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ମୃତକଙ୍କୁ ବାହାର କରିବା ପାଇଁ କାର୍‌କୁ କଟର୍‌ରେ କାଟିବାକୁ ପଡ଼ିଛି। ମୃତକ ଅଲାପ୍ପୁଝାର…

Read More