Author: TRUPTIMAYEE SAHOO

 ପ୍ରବଳ ବର୍ଷା; ସ୍କୁଲକଲେଜ ବନ୍ଦ ଆଜି ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ଗଭୀର ଅବପାତ। ଏହି ସମ୍ଭାବ୍ୟ ବାତ୍ୟାର ନାଁ ରହିଛି ‘ଫେଙ୍ଗଲ’। ଗଭୀର ଅବପାତଟି ବାତ୍ୟାର ରୂପ ନେଇ ତାମିଲନାଡ଼ୁ ଉପକୂଳ ମୁହାଁ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ପାଣିପାଗ ବିଭାଗରୁ ସୂଚନା ଅନୁସାରେ, ଗଭୀର ଅବପାତଟି ଆଜି ଉତ୍ତର-ପଶ୍ଚିମ ଦିଗକୁ ଗତିକରି ବାତ୍ୟାରେ ପରିଣତ ହେବ। ଏହାପରେ ଶ୍ରୀଲଙ୍କା ଉପକୂଳ ଅତିକ୍ରମ କରି ତାମିଲନାଡ଼ୁ ଉପକୂଳ ଆଡ଼କୁ ମୁହାଁଇବ। ୨୯ତାରିଖ ମଧ୍ୟରେ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଗତି କରି ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ଲ୍ୟାଣ୍ଡଫଲ୍ କରିବା ନେଇ ପୂର୍ବାନୁମାନ କରିଛି ଆଇଏମଡି। ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳବାସୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ଏଥିସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ…

Read More