Author: TRUPTIMAYEE SAHOO

ହାଇ ପରଫରମାନ୍‌ସ ସେଣ୍ଟର ଉଦ୍‌ଘାଟିତ ଓଡିଶାର ଯୁବ ଖେଳାଳୀଙ୍କ ପାଇଁ ଯୁଗାନ୍ତକାରୀ ସୁଯୋଗ ବିଶ୍ୱ କ୍ରୀଡା ଜଗତ ପାଇଁ ଏକ ମାଇଲ ଷ୍ଟୋନ ଭୁବନେଶ୍ବରର କଳିଙ୍ଗ ଷ୍ଟାଡିଅମ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଭାରତ ଗୋପୀଚନ୍ଦ ଓଡିଶା ବ୍ୟାଡମିଣ୍ଟନ ହାଇ ପରଫରମାନ୍‌ସ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଆସାମ ମୁଖ୍ୟମନ୍ତ୍ରୀ ଡଃ ହିମନ୍ତ ବିଶ୍ୱଶର୍ମା ଏବଂ ବିଶିଷ୍ଟ ବ୍ୟାଡମିଣ୍ଟନ ଖେଳାଳୀ ପୁଲେଲା ଗୋପୀଚନ୍ଦ ପ୍ରମୁଖ ଉପସ୍ଥିତ ଥିଲେ । ୭୭ ହଜାର ବର୍ଗଫୁଟ ପରିମିତ ଅଞ୍ଚଳରେ ନିର୍ମିତ ହୋଇଥିବା ଏହି ଇଣ୍ଡୋର ହାଇ ପରଫରମାନ୍‌ସ ସେଣ୍ଟରରେ ୪୦୦ ଦର୍ଶକଙ୍କ ପାଇଁ ବସିବା ସୁବିଧା ସହିତ ୮ଟି ଶୀତତାପ ନିୟନ୍ତ୍ରିତ ବ୍ୟାଡମିଣ୍ଟନ କୋର୍ଟ ରହିଛି । ଏଥିରେ ଉଭୟ ଜାତୀୟ ଓ ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟ ଆୟୋଜନର ସୁବିଧା କରାଯାଇଛି । ଏଥିସହିତ ଏହି ସେଣ୍ଟରରେ ୩୬ ଜଣ ଖେଳାଳୀ ରହିଲା ଭଳି ଅତ୍ୟାଧୁନିକ ସୁବିଧାସୁଯୋଗ ମଧ୍ୟ ବିକଶିତ କରାଯାଇଛି ।…

Read More