Author: TRUPTIMAYEE SAHOO

ଏମଏସପି ବାବଦକୁ ୫୮୬୨ କୋଟି  ଇନ୍‌ପୁଟ ସହାୟତା ଭାବେ ୨୦୩୯ କୋଟି ଟଙ୍କା ପ୍ରଦାନ ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନକିଣା ପ୍ରକ୍ରିୟା ବ୍ୟାପକ ହୋଇଛି । ପଞ୍ଜୀକୃତ ଚାଷୀମାନେ ଯେଭଳି ଏଥିରୁ ବାଦ ନ ପଡ଼ନ୍ତି, ଏଥି ନିମନ୍ତେ ସରକାରୀ ସ୍ତରରେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଛି । ପ୍ରତ୍ୟେକ ମଣ୍ଡିରେ ଚାଷୀମାନଙ୍କ ହିତ ପାଇଁ ଅଧିକାରୀମାନେ ନିଯୁକ୍ତ ହୋଇ ଧାନକିଣା ଉପରେ ତୀକ୍ଷ୍‌ଣ ନଜର ରଖିଛନ୍ତି । ଧାନ ବିକ୍ରୟର ୪୮ ଘଣ୍ଟା ମଧ୍ୟରେ ଚାଷୀମାନଙ୍କ ଆକାଉଣ୍ଟକୁ ସେମାନଙ୍କ ଧାନକିଣା ରାଶି ପ୍ରଦାନ କରାଯାଉଛି । ବର୍ତ୍ତମାନ ୨୭ଟି ଜିଲ୍ଲାରେ ଧାନକିଣା ଜାରି ରହିଛି । ବୁଧବାର ସୁଦ୍ଧା ଅନୁଗୁଳ, ବାଲେଶ୍ୱର, ବରଗଡ଼, ଭଦ୍ରକ, ବଲାଙ୍ଗିର, ବୌଦ୍ଧ, କଟକ, ଦେବଗଡ଼, ଗଜପତି, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କେଉଁଝର, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଆଦି…

Read More