Author: TRUPTIMAYEE SAHOO

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆଇଏମଡି ଭିଜନ – ୨୦୪୭ ଉନ୍ମୋଚିତ ବର୍ଷ ପୂର୍ତ୍ତି ଉପଲକ୍ଷେ ପୋଷ୍ଟାଲ ଷ୍ଟାମ୍ପ ଓ କଏନର ପ୍ରଚଳନ କ୍ଲାଇମେଟ ସ୍ମାର୍ଟ ନେସନ ଗଢିବା ମିଶନ ମୌସମର ଲକ୍ଷ୍ୟ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଂଶଗ୍ରହଣ କରିଛନ୍ତି । ଉତ୍ସବରେ ଉଦବୋଧନ ଦେଇ ମୋଦି କହିଛନ୍ତି ଯେ, ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ ଯାତ୍ରାକୁ ବଖାଣୁନାହିଁ ବରଂ ଏହା ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ସଫଳ ଗାଥା ପ୍ରକାଶ କରୁଛି । ଏତେ ଦିନ ଭିତରେ ଆଇଏମଡି ଲକ୍ଷ ଲକ୍ଷ ଭାରତୀୟଙ୍କ ସେବା କରିଆସିଛି ଓ ଏହା ବିଜ୍ଞାନର ଅଗ୍ରଗତିର ଏକ ପ୍ରତୀକ । ଆଇଏମଡିର ସଫଳତା ପାଇଁ ଏହି ଅବସରରେ ଏକ କଏନ ଓ ପୋଷ୍ଟାଲ ଷ୍ଟାମ୍ପ ଉନ୍ମୋଚିତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ୨୦୪୭ରେ ଭାରତର ଶହେତମ…

Read More