Author: TRUPTIMAYEE SAHOO

ସୋନମାର୍ଗ ଟନେଲ ଦ୍ୱାରା  ଯୋଗାଯୋଗ ଏବଂ ପର୍ଯ୍ୟଟନକୁ ବଡ଼ ପ୍ରୋତ୍ସାହନ ମିଳିବ ଏକବିଂଶ ଶତାବ୍ଦୀର ଜମ୍ମୁ-କଶ୍ମୀର ବିକାଶର ନୂଆ ଅଧ୍ୟାୟ ଲେଖୁଛି କାଶ୍ମୀର ଦେଶର ମୁକୁଟ, ମୁଁ ଚାହୁଁଛି କାଶ୍ମୀର ଅଧିକ ସୁନ୍ଦର ଓ ସମୃଦ୍ଧ ହେଉ : ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜମ୍ମୁ ଓ କାଶ୍ମୀରରେ ସୋନମାର୍ଗ ଟନେଲକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଶ୍ରମିକମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ, ଯେଉଁମାନେ ଜମ୍ମୁ-କାଶ୍ମୀର ଓ ଭାରତର ବିକାଶ ପାଇଁ କଠିନ ପରିଶ୍ରମ କରିଛନ୍ତି ଏବଂ ନିଜ ଜୀବନକୁ ବାଜି ଲଗାଇ ଦେଇଛନ୍ତି। ମୋଦି କହିଥିଲେ, ଆହ୍ୱାନ ସତ୍ତ୍ୱେ ଆମର ସଂକଳ୍ପ ଥମିବାର ନାଁ ଧରୁନାହିଁ। ଶ୍ରମିକମାନଙ୍କ ଦୃଢ଼ ସଂକଳ୍ପ ଓ ପ୍ରତିବଦ୍ଧତା ଏବଂ ସମସ୍ତ ବାଧାବିଘ୍ନକୁ ଅତିକ୍ରମ କରି କାର୍ଯ୍ୟ ସମ୍ପନ୍ନ କରିଥିବାରୁ ସେ ତାଙ୍କୁ ପ୍ରଶଂସା କରିଥିଲେ। ୭ ଜଣ ଶ୍ରମିକଙ୍କ ମୃତ୍ୟୁରେ ସେ ଶୋକ ପ୍ରକାଶ କରିଥିଲେ।…

Read More