Author: TRUPTIMAYEE SAHOO

ପ୍ରୟାଗରାଜକୁ ସହଜ ଗମନାଗମନ ସଂଯୋଗ ଯୋଗାଇବ ପ୍ରୟାଗରାଜ ଠାରେ ଆୟୋଜିତ ହେଉଥିବା ମହାକୁମ୍ଭ ମେଳାରେ ଯୋଗଦେବାକୁ ଥିବା ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଶେଷ ଟ୍ରେନ ସୁବିଧା ଆୟୋଜନ କରାଯାଇଛି ଯାହାକି ଓଡିଶାରୁ ଉତ୍ପତ୍ତି ଏବଂ ଏହା ମଧ୍ୟଦେଇ ଯାତ୍ରା କରିବ | ଏହି ୭ଟି ସ୍ୱତନ୍ତ୍ର ଟ୍ରେନ୍ ଓଡ଼ିଶାର ବିଭିନ୍ନ ପ୍ରମୁଖ ସହରରୁ ପବିତ୍ର ସହର ପ୍ରୟାଗରାଜକୁ ସହଜ ଗମନାଗମନ ସଂଯୋଗ ଯୋଗାଇବ | ନିମ୍ନଲିଖିତ ଭାବେ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ: ୧. ଭୁବନେଶ୍ୱର-ତୁଣ୍ଡଲା-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ଭାୟା କଟକ, ଯଖପୁରା (ଯାଜପୁର), କେନ୍ଦୁଝରଗଡ, ନୟାଗଡ଼ (ଯୋଡ଼ା ଅଞ୍ଚକ)-ବୋକାରୋ-ଗୟା-ପ୍ରୟାଗରାଜ | ଏହି ଟ୍ରେନ୍  ଚଳିତ ମାସ ୧, ୮, ୨୨ ତାରିଖ ଓ ଫେବୃୟାରି ମାସ ୫, ୧୯, ୨୬ ତାରିଖ ଦିନ ବୁଧବାର ଦିନମାନଙ୍କରେ ଭୁବନେଶ୍ୱର ଠାରୁ ଅପରାହ୍ନ ୧୨ଘ.୩୦ମି.ରେ ଛାଡି କେନ୍ଦୁଝରଗଡ-ବୋକାରୋ-ଗୟା-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ | ତୁଣ୍ଡଲା ଅଭିମୁଖେ…

Read More