Author: TRUPTIMAYEE SAHOO

ଭର୍ଚୁଆଲ ମୋଡ଼ରେ ଉଦଘାଟନ କଲେ ମନ୍ତ୍ରୀ ବିଭୂତି ଓଏସ୍ଆରଟିସି ଦ୍ୱାରା ପରିଚାଳିତ ହେବାକୁ ଥିବା ୯ଟି ନୂତନ ମାର୍ଗରେ ୧୩ଟି ବସ୍ ସେବାର ଶୁଭାରମ୍ଭ ହୋଇଛି । ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭର୍ଚୁଆଲ ମୋଡରେ ଏହାର ଶୁଭ ଉଦଘାଟନ କରିଛନ୍ତି । ଏହି ନୂତନ ବସ୍ ସେବା ସିଦ୍ଧ ଭୈରବୀ, ଗଣିଆ (କଣ୍ଟିଲୋ), କୋଟପାଡ଼, ଯୋରନ୍ଦା ଏବଂ ପାରଳାଖେମୁଣ୍ଡିକୁ ପୁରୀ ସହ ସଂଯୋଗ କରିବ । ସେହିପରି ଇନ୍ଦ୍ରାବତୀ ଓ ବ୍ରହ୍ମପୁରକୁ ଭୁବନେଶ୍ଵର ସହ, କୁନ୍ଦୁରାକୁ କଟକ ସହ ଏବଂ ବ୍ରହ୍ମପୁରକୁ ରାଉରକେଲା ସହ ସିଧାସଳଖ ସଂଯୋଗ କରିବ । ଏହାଦ୍ୱାରା ଓଡ଼ିଶା ତଥା ଆଭ୍ୟନ୍ତରଣ ଅଞ୍ଚଳରେ ବସବାସ କରୁଥିବା ଲୋକମାନେ ଗମନାଗମନ ପାଇଁ ଏକ ସୁଲଭ ଏବଂ ଆରାମଦାୟକ ସେବା ପାଇପାରିବେ। ମନ୍ତ୍ରୀ ଏହି ଅବସସରେ କହିଛନ୍ତି ଯେ, “ରାଜ୍ୟର ପ୍ରତ୍ୟେକ କୋଣ ଅନୁକୋଣରେ ମୌଳିକ…

Read More