Author: TRUPTIMAYEE SAHOO

ଓଡ଼ିଶାର ପର୍ଯ୍ୟଟନକୁ ଉପଭୋଗ ସହ ପୁଞ୍ଜିନିବେଶ ପାଇଁ ଧର୍ମେନ୍ଦ୍ରଙ୍କ ଆମନ୍ତ୍ରଣ ଓଡ଼ିଶାର ପରିବେଶ, ଓ ଆତିଥେୟତାକୁ ବୈଶ୍ୱିକ ସ୍ତରରେ ପସନ୍ଦ ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ହେଉଥିବା ପ୍ରବାସୀ ଭାରତୀୟ ସମାରୋହ କେବଳ ପ୍ରବାସୀ ଭାରତୀୟଙ୍କୁ ସେମାନଙ୍କ ମୂଳ ପରିଚୟକୁ ପରିଚିତ କରାଇବାର ଅବସର ନୁହେଁ, ବରଂ ବିଶ୍ୱ ମାନଚିତ୍ରରେ ଓଡ଼ିଶାକୁ ଏକ ନୂଆ ପରିଚୟ ଦେବାର ଏକ ଐତିହାସିକ କାର୍ଯ୍ୟକ୍ରମ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଗୁରୁବାର ଭୁବନେଶ୍ୱରରେ ଆୟୋଜିତ ୧୮ତମ ‘ପ୍ରବାସୀ ଭାରତୀୟ ଦିବସ’ର ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଯୋଗଦେବା ସହ ୟୁଏସ, ଓମାନ ଓ କାତାରରୁ ଆସିଥିବା ପ୍ରତିନିଧି ଦଳ, ଭାରତୀୟ ପ୍ରବାସୀଙ୍କ ସହ କଥା ହୋଇଛନ୍ତି। ଏହି ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭୂମି ତଥା ମନ୍ଦିର ମାଳିନୀ ଭୁବନେଶ୍ୱରରେ ସମବେତ ହୋଇଥିବା ପ୍ରବାସୀ ଭାରତୀୟଙ୍କୁ ହାର୍ଦ୍ଦିକ ସ୍ୱାଗତ ଜଣାଇ କେନ୍ଦ୍ରମନ୍ତ୍ରୀ କହିଛନ୍ତି, ପ୍ରବାସୀ…

Read More