Author: TRUPTIMAYEE SAHOO

ସମସ୍ତ ଜଳସେଚନ ପ୍ରକଳ୍ପ ଶେଷ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ   ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳ ପଡିଆ ଠାରେ  ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନ ଅବସରରେ ପାଣି ପଞ୍ଚାୟତ ଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜ ପତ୍ର ଅଡିଟ୍ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ପାଣି ପଞ୍ଚାୟତ ଗୁଡିକୁ ସଶକ୍ତ କରି ଏଗୁଡିକୁ କୃଷି ବିପଣନ କେନ୍ଦ୍ର ଭାବେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସେ କହିଥିଲେ ଯେ, ଜଳସେଚନ ଏବଂ କୃଷି ବୈଜ୍ଞାନିକଙ୍କ ଗବେଷଣା ସହିତ ଚାଷୀ ଭାଇମାନଙ୍କ ପରିଶ୍ରମ ଯୋଗୁ ଆଜି ଆମେ ୧୪୦ କୋଟି ଲୋକଙ୍କୁ ଖାଦ୍ୟ ଯୋଗାଇ ପାରୁଛୁ ଏବଂ ବିଦେଶକୁ ମଧ୍ୟ ରପ୍ତାନୀ କରିପାରୁଛୁ । ଏଥିପାଇଁ ଚାଷୀର ଜମିକୁ ଜଳଯୋଗାଣ ଅତ୍ୟନ୍ତ ଆବଶ୍ୟକ । ତେଣୁ ଜଳସେଚନର ସମସ୍ତ ପ୍ରକଳ୍ପ ଗୁଡିକୁ ଯୁଦ୍ଧକାଳୀନ ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ…

Read More