Author: TRUPTIMAYEE SAHOO

ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କଲେ ମିଳିବ ୨ଟି କିସ୍ତି ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି। ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ‘ସୁଭଦ୍ରା’ ଆବେଦନ କଲେ ବି ଆବେଦନକାରୀ ମହିଳାଙ୍କୁ ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ। ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ। ତା’ଭିତରେ ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ୨ଟି କିସ୍ତି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ସୁଭଦ୍ରା ଯୋଜନାରେ ୧ କୋଟି ୬ ଲକ୍ଷରୁ ଅଧିକ ଆବେଦନ ପଞ୍ଜୀକୃତ ହୋଇଛି। ଏହା ମଧ୍ୟରୁ ୮୦,୨୯.୭୪୨୧ ଜଣଙ୍କ ଆବେଦନକୁ (ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ) ମଞ୍ଜୁର କରାଯାଇଛି। ପ୍ରଥମ କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି। ଖାଦ୍ୟ ସୁରକ୍ଷା…

Read More