Author: TRUPTIMAYEE SAHOO

ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଦେବେ ଯୋଗ ମାସ୍କଟ ‘ହାପି’ ଲୋକାର୍ପିତ ଆସନ୍ତା ୮ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଦେବେ ଯୋଗ। ୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ। ସେହିପରି ୯ ତାରିଖ ଜନତା ମଇଦାନ କାର୍ଯ୍ୟକ୍ରମରେ ସାମିଲ ହେବା ନେଇ ସୂଚନା ରହିଛି। ଏକ ସ୍ୱତନ୍ତ୍ର ବିମାନ ଯୋଗେ ପ୍ରଧାନମନ୍ତ୍ରୀ  ମୋଦି ରାତି ୮ଟାରେ ବିମାନବନ୍ଦରରେ ଅବତରଣ କରିବେ। ସେଠାରୁ ସେ ସିଧାସଳଖ ରାଜଭବନ ଯିବେ ଏବଂ ସେଠାରେ ରାତ୍ରୀଯାପନ କରିବେ। ୯ ତାରିଖ ସକାଳ ୯ଟା ୪୫ ମିନିଟ୍ ସମୟରେ ପ୍ରଧାନମନ୍ତ୍ରୀ  ରାଜଭବନରୁ ବାହାରି ରାଜଧାନୀର ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବେ। ସେହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୦ଟାରୁ ସାଢ଼େ ୧୧ଟା ଯାଏ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ୧୦ ତାରିଖ ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ।  ଏଥିପାଇଁ ସଜେଇ ହେଉଛି ରାଜଧାନୀ…

Read More