Author: TRUPTIMAYEE SAHOO

ଶପଥପାଠ କରାଇଲେ ହାଇକୋର୍ଟ ମୁଖ୍ୟବିଚାରପତି ଓଡ଼ିଶାର ୨୭ତମ ରାଜ୍ୟପାଳଭାବେ ଡକ୍ଟର କମ୍ଭମପତି ହରିବାକୁ ଆଜି ଶପଥ ଗ୍ରହଣ କରିଛନ୍ତି। ରାଜଭବନର ନୂଆ ଅଭିଷେକ ହଲ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରନ୍ ସିଂହ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖଙ୍କ ସମେତ ମନ୍ତ୍ରିମଣ୍ଡଳର ସଦସ୍ୟ, ବିଧାୟକ ଓ ସାଂସଦ ମାନେ ଉପସ୍ଥିତ ଥିଲେ। ଏହାଛଡ଼ା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବି ଏଥିରେ ଉପସ୍ଥିତ ଥିଲେ।  ଗୁରୁବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବାଚସ୍ପତି ସୁରମା ପାଢ଼ୀଙ୍କ ସମେତ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ।  ସନ୍ଧ୍ୟାରେ କମ୍ଭମପତି ସପରିବାର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ଏହି ଅବସରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ…

Read More