Author: TRUPTIMAYEE SAHOO

ଅର୍ଥନୀତି ହେବ ସଶକ୍ତ ପ୍ରୋତ୍ସାହିତ ହେବେ ଯୁବବର୍ଗ ଓଡ଼ିଶା ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ଵାରା ଆଜି ଠାରୁ ତିନିଦିନ ପର୍ଯ୍ୟନ୍ତ ଭୁବନେଶ୍ୱର ବରମୁଣ୍ଡା ବିଜୁପଟ୍ଟନାୟକ ଖେଳ ପଡ଼ିଆରେ “କୃଷି ଓଡ଼ିଶା – ୨୦୨୫”  ଉଦଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଏହା ଉଦଘାଟିତ ହୋଇଛି। ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ  କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏହି ସମୟରେ ଉପସ୍ଥିତ ଥିଲେ। କୃଷି ଓଡ଼ିଶା-୨୦୨୫ ର ବିଷୟବସ୍ତୁ ରହିଛି “ଚିରନ୍ତନ ଖାଦ୍ୟ ପ୍ରଣାଳୀ ପାଇଁ ଏକ ପ୍ରୟାସ” । ପ୍ରଥମଦିନର ବିଷୟବସ୍ତୁ ରହିବ ଜଳବାୟୁ ଉପଯୋଗୀ ଖାଦ୍ୟ ପଦ୍ଧତି ଓ ଜଳବାୟୁ ତ୍ୱରିତ ଉଦ୍ୟାନକୃଷି । ଦ୍ୱିତୀୟ ଦିବସ ମୃତ୍ତିକା ସ୍ୱାସ୍ଥ୍ୟ, ପ୍ରାକୃତିକ କୃଷି ଓ ଏହାର ମୂଲ୍ୟଶୃଙ୍ଖଳା ଏବଂ ତୃତୀୟ ଦିବସର ବିଷୟ ହେଉଛି ପାଣି ପଞ୍ଚାୟତ ପକ୍ଷ ପାଳନ ସହିତ ଧାରାବାହିକ ଜଳ ଶାସନ…

Read More