Author: TRUPTIMAYEE SAHOO

ଓଡ଼ିଆ ପିଲା ଚାହିଁଲେ ସବୁ ସମ୍ଭବ; ଧର୍ମେନ୍ଦ୍ର ନିର୍ଭରତାରୁ ଆତ୍ମନିର୍ଭରତା,  ସ୍ୱାଭିମାନ ଓ ଆତ୍ମବିଶ୍ୱାସ ମାଧ୍ୟମରେ ସ୍ୱାବଲମ୍ବୀ ହେବା  ଓଡ଼ିଆ ପିଲାମାନେ ଚାହିଁଲେ ସବୁ ସମ୍ଭବ । ଓଡିଆ ଲୋକଙ୍କୁ ଯେବେ ଯେବେ ସୁଯୋଗ ମିଳିଛି ସେବେ ସେ ନିଜର ଦକ୍ଷତା ଓ ପରାକାଷ୍ଠାର ପ୍ରମାଣ ଦେଖାଇଛନ୍ତି ବୋଲି ମଙ୍ଗଳବାର ନୂଆଦିଲ୍ଲୀ ଠାରେ ବିକଶିତ ଭାରତ ଯୁବ ନେତୃତ୍ୱ କାର୍ଯ୍ୟକ୍ରମ-୨୦୨୫ରେ ଅଂଶଗ୍ରହଣ କରିଥିବା ଓଡ଼ିଆ ଯୁବକଙ୍କ ସହ ଆଲୋଚନା କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ‘ମକର ସଂକ୍ରାନ୍ତି’ର ଶୁଭେଚ୍ଛା ଜଣାଇବା ସହ କହିଥିଲେ ଯେ “ବିକଶିତ ଭାରତ ଯୁବ ନେତୃତ୍ୱ ସାକ୍ଷାତକାର୍ -୨୦୨୫”ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ଓଡ଼ିଶାର ଯେଉଁମାନେ ଅଂଶଗ୍ରହଣ କରିଥିଲେ, ସେହି ସଫଳ ଯୁବବନ୍ଧୁମାନଙ୍କ ସହ ଆଜିର ଆଲୋଚନା ଉତ୍ସାହଜନକ । ଓଡ଼ିଶାକୁ ବିକଶିତ କରିବା ପାଇଁ ସମସ୍ତ ଯୁବଶକ୍ତିଙ୍କ ମଧ୍ୟରେ ଥିବା ଇଚ୍ଛାଶକ୍ତି ଓ ଏକାଗ୍ରତା…

Read More