Author: TRUPTIMAYEE SAHOO

ଜନସାଧାରଣଙ୍କ ସହ ମିଶିଲେ ରାଜ୍ୟପାଳ  ଛୁଆଙ୍କୁ ଦେଲେ ଚକୋଲେଟ ଭୁବନେଶ୍ୱର ରାଜଭବନ ଉଦ୍ୟାନ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ସୋମବାରଠାରୁ ଖୋଲାଯାଇଛି । ପ୍ରଥମ ଦିନରେ ଶୀତୁଆ ଅପରାହ୍ନ ସତ୍ତ୍ୱେ ତିନି ହଜାରରୁ ଉର୍ଦ୍ଧ୍ୱ ଜନସାଧାରଣ ରାଜଭବନର ମନୋରମ ଉଦ୍ୟାନ ପରିଦର୍ଶନ କରିଥିଲେ । ଏହି ଅବସରରେ ରାଜ୍ୟପାଳ   ଡ଼ ହରି ବାବୁ କମ୍ଭମ୍‌ପତି ଏବଂ ରାଜ୍ୟର ପ୍ରଥମ ମହିଳା ଜୟଶ୍ରୀ କମ୍ଭମ୍‌ପତି ଜନସାଧାରଣଙ୍କ ସହ ମିଶି ବାର୍ତ୍ତାଳାପ କରିଥିଲେ । ନିଜର ପିତାମାତା / ଅଭିଭାବକଙ୍କ ସହ ଆସିଥିବା ଛୋଟ ଛୋଟ ଶିଶୁମାନଙ୍କ ସହ ମିଶିବା ସହିତ ସେମାନଙ୍କୁ ଚକୋଲେଟ୍ ଏବଂ ପେନ୍ ପ୍ରଦାନ କରିଥିଲେ । ଏତଦ୍‌ବ୍ୟତୀତ ଉଦ୍ୟାନ ପରିଦର୍ଶନ କରୁଥିବା ଭିନ୍ନକ୍ଷମମାନଙ୍କ ସହ ମିଶି ବାର୍ତ୍ତାଳାପ କରିଥିଲେ । ଦର୍ଶକମାନେ ରାଜଭବନ ଉଦ୍ୟାନର ନୈସର୍ଗିକ ଶୋଭାରାଜି, ବିଭିନ୍ନ କିସମର ବୃକ୍ଷ ଲତା, ପୁଷ୍ପରାଜି, ମ୍ୟୁଜିକ୍ ଫାଉଂଟେନ୍‌, ହରିଣ ଉଦ୍ୟାନ, ମୟୁର ତଥା ଅନ୍ୟାନ୍ୟ ପକ୍ଷୀ, ମୁକ୍ତ ଆକ୍ୱାରିୟମ୍ ପରିଦର୍ଶନ…

Read More