Author: TRUPTIMAYEE SAHOO

ଯୁବ ସମାଜ ଆମ ଭାଷା, ସାହିତ୍ୟ, ସଂସ୍କୃତି ଓ ଦର୍ଶନ ତତ୍ତ୍ୱକୁ ଜାଣିବା ଓ ଏହାର ପ୍ରଚାର ପ୍ରସାର କରିବା ଆବଶ୍ୟକ; ମୁଖ୍ୟମନ୍ତ୍ରୀ ସ୍ୱାମୀ ବିବେକାନନ୍ଦ ଏକ ବ୍ୟକ୍ତିସତ୍ତା ନୁହେଁ ବଂର ଏକ ଚିରଞ୍ଜୀବୀ ଚେତନା । ଏହି ନାମ ଏକ ଅତୁଳନୀୟ ଆଦର୍ଶ ଓ ଆଧ୍ୟତ୍ମିକତା ମାଧ୍ୟମରେ ଜୀବନବୋଧକୁ ଉପଲବ୍ଧି କରିବାର ପବିତ୍ର ଓଁକାର ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ଯୁବ ଦିବସ ପାଳନ ଅବସରରେ କହିଛନ୍ତି । ଭୁବନେଶ୍ୱର ରାମକୃଷ୍ଣ ମିଶନ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ, ବିବେକାନନ୍ଦଙ୍କ ଛବି ଆଜି ପର୍ଯ୍ୟନ୍ତ ଜଣେ ତେଜସ୍ୱୀ, ବାଗ୍ମୀ ଓ ମହାନ୍ ସଂଗ୍ରାମୀ  ସନ୍ୟାସୀ ଭାବେ ଅମଳିନ ରହିଛି । ବିବେକାନନ୍ଦ ଥିଲେ ଜଣେ ଯୁବ ସନ୍ୟାସୀ ଯିଏ କି ଭାରତର ଯୁବ ସମାଜକୁ ନିଜର ଅସ୍ମିତା ଉପରେ ଗର୍ବ କରିବାକୁ ଶିଖାଇଥିଲେ । ସେ ପୁଣି…

Read More