Author: TRUPTIMAYEE SAHOO

ପ୍ରଣୟନ ହେବ ପ୍ରବାସୀ ଓଡ଼ିଆ ନୀତି ଜନତା ମଇଦାନଠାରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦଯାପନୀ ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରବାସୀ ଓଡ଼ିଆମାନଙ୍କ ସହିତ ସ୍ୱତନ୍ତ୍ର ଭାବେ ଏକ ଆଲୋଚନା କାର୍ଯ୍ୟକ୍ରମର ଆୟୋଜନ କରିଥିଲେ । ଆଲୋଚନାରେ ପ୍ରବାସୀ ଓଡ଼ିଆମାନଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଦେଶ ମାଟିରେ ଆପଣମାନେ ଦୁଇ ଦେଶ ମଧ୍ୟରେ ସଂପର୍କର ସେତୁ ହୋଇପାରିଛନ୍ତି । ଆମ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାର କରୁଛନ୍ତି । ଆପଣମାନେ ପ୍ରବାସରେ ରହି ମଧ୍ୟ ଓଡ଼ିଶାର ବିକାଶ ଓ ଅସ୍ମିତାର ସୁରକ୍ଷା ବିଷୟରେ ଚିନ୍ତା କରୁଛନ୍ତି ଓ ସେ ଦିଗରେ କାମ ମଧ୍ୟ କରୁଛନ୍ତି । ସେ ଆହୁରି ମଧ୍ୟ କହିଥିଲେ ଯେ, ଆଜି ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ଆୟୋଜନ ଆମକୁ ଏକ ନୂଆ ଓଡ଼ିଶା, ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସଂକଳ୍ପର ଅବସର ଆଣିଦେଇଛି । ଏହି ସମ୍ମିଳନୀ ମାଧ୍ୟମରେ ଓଡ଼ିଶାର…

Read More